ତିରୁପତି ଲଡୁ ବିବାଦ: ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଲେ ଜଗନ ମୋହନ ରେଡ୍ଡୀ 

ତିରୁପତି: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ ଚର୍ବି ମିଶ୍ରିତ ହୋଇଛି। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀ ମୁହାଁମୁହିଁ ହୋଇଛନ୍ତି।

ଏହି ସମୟରେ ଓ୍ବାଇଏସଆରସିପି ମୁଖ୍ୟ ଜଗନ ମୋହନ ରେଡ୍ଡୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ତିରୁମାଲା ତିରୁପତି ଦେବସ୍ଥାନମ (ଟିଟିଡି) ର ପବିତ୍ରତାକୁ ଅପବିତ୍ର କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି। କେବଳ ଏତିକି ନୁହେଁ, ନାଇଡୁଙ୍କୁ ତାଗିଦ କରିବା ସହ ସତ୍ୟ ପ୍ରକାଶ କରିବାକୁ ଜଗନ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।

Leave a Reply

Your email address will not be published. Required fields are marked *