କଟକ: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ। ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ଏବେ ନିଷ୍ପତ୍ତି ହୋଇନି। ପରବର୍ତ୍ତୀ ବୈଠକରେ ବାଲିଯାତ୍ରା ଦିନ ଧାର୍ଯ୍ୟ ଉପରେ ଆଲୋଚନା କରାଯିବ। ତେବେ ଚଳିତ ବର୍ଷ ବାଲିଯାତ୍ରାରେ ଟ୍ରାଫିକ୍ ପରିଚାଳନା ଓ ଟଏଲଟ୍ ସମସ୍ୟାକୁ ଗୁରୁତ୍ବ ଦିଆଯାଉଛି। ଶୃଙ୍ଖଳିତ ଓ ସୁରକ୍ଷିତ ବାଲିଯାତ୍ରା କରାଯିବା ନେଇ ମଧ୍ୟ ଗୁରୁତ୍ବ ଦିଆଯିବ ବୋଲି ସେ କହିଛନ୍ତି।
ନଭେମ୍ବର ୧୫ରୁ କଟକ ବାଲିଯାତ୍ରା












Leave a Reply