୪୮ଘଣ୍ଟାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ଓଡି଼ଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଛି ଗଭୀର ଅବପାତ। ଏହା ପ୍ରଭାବରେ ପ୍ରବଳ ବର୍ଷା ନେଇ ରବିବାର ୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଏଥିସହ ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବରଗଡ଼, ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି।ସେହିପରି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳକୁ ଅରେଞ୍ଜ ୱାର୍ନିଂ ଏବଂ ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁରକୁ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପଟେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଜିଲାପାଳ ମୟୁରଭଞ୍ଜ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *