ଓଡ଼ିଶାରେ ଜିଓ ୧ ନମ୍ବର

ଭୁବନେଶ୍ୱର:ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ‘ରିଲାଏନ୍ସ ଜିଓ’ ଓଡ଼ିଶାର ସର୍ବାଧିକ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଉଭା ହୋଇଛି। ଏପରିକି ରାଜ୍ୟରେ ଜିଓ ତା’ର ୧ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି। ଉଲ୍ଲେଖଯୋଗ୍ୟ, ଟେଲିକମ୍‌ ରେଗୁଲେଟୋରି ଅଥରିଟି ଅଫ୍‌ ଇଣ୍ଡିଆ(ଟ୍ରାଇ) ଦ୍ୱାରା ପ୍ରକାଶିତ ସର୍ବଶେଷ ଟେଲିକମ୍‌ ଗ୍ରାହକ ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ୨୦୨୪ ଜୁନ୍‌ ଶେଷ ସୁଦ୍ଧା ଓଡ଼ିଶାରେ ସର୍ବାଧିକ ୨.୭୨ ଲକ୍ଷ ନୂତନ ମୋବାଇଲ ଗ୍ରାହକ ଯୋଡ଼ିଥିବାବେଳେ ଜିଓ ନେଟ୍‌ୱର୍କରେ ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ୧.୫୭ କୋଟି ଅତିକ୍ରମ କରିଛି। ସେହିଭଳି ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ୨୦୨୪ ଜୁନ୍‌ ଶେଷ ସୁଦ୍ଧା ରାଜ୍ୟରେ ଟେଲିକମ୍‌ ଶିଳ୍ପର ମୋଟ ମୋବାଇଲ ଗ୍ରାହକ ସଂଖ୍ୟା ୨.୯୭ ଲକ୍ଷ ବୃଦ୍ଧି ସହ ଓଡ଼ିଶାର ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ୩.୪୨ କୋଟିରେ ପହଞ୍ଚତ୍ଛି। ଏହି ସମୟ ମଧ୍ୟରେ ଉଭୟ ବିଏସ୍‌ଏନ୍‌ଏଲ୍‌ ଏବଂ ଭୋଡାଫୋନ-ଆଇଡିଆ ବହୁ ହଜାର ଗ୍ରାହକ ହରାଇଥିବା ଟ୍ରାଇ ତଥ୍ୟରୁ ଜଣାପଡିଛି।

Leave a Reply

Your email address will not be published. Required fields are marked *