ଓଡ଼ିଶାରେ ସୁଭଦ୍ରା ଟଙ୍କା ବାଣ୍ଟିବେ ମୋଦି

ଭୁବନେଶ୍ୱର: ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସୁଭଦ୍ରା ଟଙ୍କା ବାଣ୍ଟିବେ ବୋଲି ଜଣାପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ ଅର୍ଥାତ୍‌ ନିଜ ଜନ୍ମଦିନରେ ଓଡ଼ିଶା ଗସ୍ତରେ ଆସିବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଏହି ସୂଚନା ଦେଇ ସେ କହିଛନ୍ତି, ୧୭ ତାରିଖରେ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ସେହି ଦିନ ଏହି ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ। ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ। ସୁଭଦ୍ରା ଯୋଜନା ବିଷୟରେ ଜାଣିବାକୁ ଚାହୁଁଥିଲେ ଜଣେ ହିତାଧୀକାରୀ http://subhadra.odisha.gov.in ଲଗ୍‌ ଇନ୍‌ କରି ସବୁକିଛି ସୂଚନା ପାଇପାରିବେ।

Leave a Reply

Your email address will not be published. Required fields are marked *