ଗଣିଆ ବ୍ଲକ ସ୍ତରୀୟ ପ୍ରଧାନଶିକ୍ଷକ ବୈଠକ ଅନୁଷ୍ଠିତ

ଗଣିଆ -(ମନୋରଞ୍ଜନ ମଳିକ) ନୟାଗଡ ଜିଲ୍ଲା ଗଣିଆ ବ୍ଲକ୍ ଅନ୍ତର୍ଗତ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ୍ ସ୍ତରୀୟ ପ୍ରଧାନଶିକ୍ଷକ ମାନକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି, ଏହି କାର୍ଯ୍ୟକ୍ରମ ରେ ବ୍ଲକ୍ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ରାଉତରାୟ, କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ନିହାର ବାଳା ରାଉତ, କିଶୋର ପ୍ରସାଦ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଜଗଦୀଶ ମିଶ୍ର, ବେଲପଡା ପାଟଣା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଦାମ ଚରଣ ସାହୁ ପ୍ରମୁଖ ମଞ୍ଚାସିନ ଥିଲେ, ସମସ୍ତ ମଞ୍ଚାସୀନ ଅତିଥି ମାନକୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ, ବିଦ୍ୟାଳୟ ରେ ଶିକ୍ଷା ଦାନ ଉପରେ ଗୁରୁତୁ ଦେବାକୁ କହିଥିଲେ, ଏହି କାର୍ଯ୍ୟକ୍ରମ ରେ ବ୍ଲକ୍ ର ଆଠ ଗୋଟି ପଞ୍ଚାୟତ ର ସମସ୍ତ ପ୍ରଧାନ ଶିକ୍ଷକ ସହିତ ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ, କିଶୋର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ଓ ଶିକ୍ଷୟତ୍ରୀ ସହଯୋଗ କରିଥିଲେ I

Leave a Reply

Your email address will not be published. Required fields are marked *