ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଭାରତର ଯୁବ ଶୁଟର ମନୁ ଭାକର। ସେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରଥମ ପଦକ ଜିତିଛନ୍ତି। ସେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତ ପାଇଁ ବ୍ରୋଞ୍ଜ ପଦକ ହାତେଇଛନ୍ତି। ସେ ୨୨୧.୭ ପଏଣ୍ଟ ସ୍କୋର କରି ଏପରି ସଫଳତା ହାସଲ କରିଛନ୍ତି। ତାଙ୍କ ପୂର୍ବରୁ ୨୦୦୪ ଆଥେନ୍ସ ଅଲିମ୍ପିକ୍ସରେ ସୁମା ଶିରୁର ୧୦ ମିଟର ଏୟାର ରାଇଫଲ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଥିଲେ। କିନ୍ତୁ ସେ ପଦକ ଜିତି ପାରି ନଥିଲେ। ମନୁ ଭାକର ଭାରତ ପାଇଁ ବ୍ରୋଞ୍ଜ ପଦକ ଜିତିବାରେ ସକ୍ଷମ ହୋଇଛନ୍ତି। ଏହି ଐତିହାସିକ ସଫଳତା ପାଇଁ ମନୁ ଭାକରଙ୍କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି। ହରିୟାଣାରେ ଜନ୍ମିତ ମନୁ ଭାକର ପ୍ରଥମ ଭାରତୀୟ ମହିଳା ଶୁଟର ଭାବେ ଅଲିମ୍ପିକ୍ସରେ ପଦକ ଜିତିବାକୁ ସକ୍ଷମ ହୋଇଛନ୍ତି।
ପ୍ୟାରିସ୍ ଅଲିମ୍ପିକ୍ସ: ଭାରତର ମନୁ ଭାକର ଜିତିଲେ ପ୍ରଥମ ପଦକ
















Leave a Reply