ବିଜେଡି ଔଷଧ ବିକଳରେ ତାଟିଆ କାମୁଡୁଛି: କେନ୍ଦ୍ରମନ୍ତ୍ରୀ ଜୁଏଲ

ଭୁବନେଶ୍ୱର: ‘ସୁଭଦ୍ରା’କୁ ନେଇ ବିଜେଡିର ଟିପ୍ପଣୀକୁ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମାଲୋଚନା କରିଛନ୍ତି। ସେ କହିଛନ୍ତି ବିଜେଡି ଔଷଧ ବିକଳରେ ତାଟିଆ କାମୁଡୁଛି। ୨୫ ବର୍ଷର ଶାସନରେ ବିଜେଡି ‘ସୁଭଦ୍ରା’ ଲାଗୁ କଲାନି । ବିଜେଡି ଏବେ ଆତଙ୍କିତ ହୋଇଗଲାଣି, ଡରିଗଲାଣି। ମହିଳା ଭୋଟକୁ ଅକ୍ତିଆରରେ ରଖିବା ଏବେ ଫେଲ ହେବାକୁ ଯାଉଛି ବୋଲି ଜୁଏଲ ଓରାମ କହିଛନ୍ତି।ଅନ୍ୟପକ୍ଷେ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନା ସମ୍ପର୍କରେ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି।  ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ।

 

Leave a Reply

Your email address will not be published. Required fields are marked *