ଭୁବନେଶ୍ୱର: ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଘରକୁ ଫେରିଛନ୍ତି ହକି ତାରକା ଅମିତ ରୋହିଦାସ। ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ଭାଜପା ବିଧାୟକ ବାବୁ ସିଂ, ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲୀପ ତିର୍କିଙ୍କ ସ୍ତ୍ରୀ, କିସ୍-କିଟ୍ର ଛାତ୍ରୀଛାତ୍ର ଉପସ୍ଥିତ ରହି ତାଙ୍କୁ ବିମାନବନ୍ଦରକୁ ପାଛୋଟି ଆଣିଥିଲେ। ସୂଚନାଯୋଗ୍ୟ, ଭାରତୀୟ ପୁରୁଷ ହକି ଦଳ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଏହାର ସମୃଦ୍ଧ ଇତିହାସ ପୃଷ୍ଠାରେ ଏକ ନୂଆ ଫର୍ଦ୍ଦ ସଂଯୋଗ କରିଛି। ଟୋକିଓ ପରେ ପ୍ୟାରିସରେ ଅର୍ଥାତ୍ କ୍ରମାଗତ ୨ଟି ଅଲିମ୍ପିକ୍ସରେ ବ୍ରୋଞ୍ଜ ଜିତି ଭାରତୀୟ ଦଳ ୫୨ ବର୍ଷର ପୁରୁଣା ସ୍ମୃତିକୁ ତାଜା କରିଛି।
ଭୁବନେଶ୍ୱରରେ ପହଞ୍ଚିଲେ ଅମିତ ରୋହିଦାସ
















Leave a Reply