ରାଜ୍ୟରେ ଡେଙ୍ଗୁ ରୋଗୀ ସଂଖ୍ୟା ୨୪ ଶହ ଟପିଲା

ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଛି। ଗୁରୁବାର ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୪ଶହ ଟପିଯାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଗତ ବର୍ଷଠାରୁ କମ୍‌ ରହିଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। ବର୍ତ୍ତମାନ ସୁନ୍ଦରଗଡ଼ ଏବଂ ଖୋର୍ଦ୍ଧା ଜିଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ସର୍ବଧିକ ରହିଛି। ରାଉରକେଲା ଏବଂ ଭୁବନେଶ୍ୱର ଡେଙ୍ଗୁର ହଟସ୍ପଟ ପାଲଟିଛି। ଗତ କାଲି ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ମୋଟ ୨ ହଜାର ୪୭୧ ରହିଛି । କେବଳ ସୁନ୍ଦରଗଡ଼ରେ ୭୨୭ ଏବଂ ଖୋର୍ଦ୍ଧାରେ ୫୯୫ ଜଣ ରୋଗୀ ଏଯାଏଁ ଚିହ୍ନଟ ହୋଇଛନ୍ତି। କଟକ, ବଲାଙ୍ଗୀର ଏବଂ ବାଲେଶ୍ୱରରେ ରୋଗୀଙ୍କ ସଂଖ୍ୟା ଶହେ ଉପରେ ରହିଛି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମନିଟରିଂ କରାଯାଉଥିବା ବେଳେ ସୁନ୍ଦରଗଡ଼, ଭୁବନେଶ୍ୱର ଓ କଟକରେ ସ୍ପେଶାଲ ଡ୍ରାଇଭ ମୋଡ଼ରେ ଅଛନ୍ତି ସରକାର। ଅନ୍ୟପକ୍ଷେ ଟେଷ୍ଟିଂକୁ ବଢାଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

 

Leave a Reply

Your email address will not be published. Required fields are marked *