ରାଜ୍ୟ ସରକାର ମହିଳାମାନଙ୍କୁ ସ୍ୱପ୍ନ ଦେଖାଉଛନ୍ତି: ସୋଫିଆ

ଭୁବନେଶ୍ବର : ରାଜ୍ୟ ସରକାର ଆଜି ସୁଭଦ୍ରା ଯୋଜନାର ଏସଓପି ଘୋଷଣା କରିଛନ୍ତି। ଗତକାଲି ରାଜ୍ୟ କ୍ୟାବିନେଟରେ ସୁଭଦ୍ରା ଯୋଜନା ଗାଇଡଲାଇନକୁ ମଞ୍ଜୁରୀ ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ଏହାକୁ ନେଇ ବିସ୍ତୃତ ସୂଚନା ଦେଇଛନ୍ତି। ଏହି ଯୋଜନାରେ ୨୧ ବର୍ଷ ରୁ ୬୦ ବର୍ଷରୁ କମ ବୟସ ମଧ୍ୟର ମହିଳାଙ୍କୁ ସାମିଲ କରାଯିବ। ପ୍ରତ୍ୟେକ ହିତାଧିକାରୀଙ୍କୁ ରାକ୍ଷୀ ପୂର୍ଣ୍ଣିମା ଓ ଆନ୍ତର୍ଜାତିକ ମହିଳା ଦିବସରେ ୫ହଜାର ଟଙ୍କା ଲେଖାଏଁ ବାର୍ଷିକ ୧୦ହଜାର ଟଙ୍କା ପ୍ରଦାନ କରାଯିବ । ୫ବର୍ଷରେ ଜଣେ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦ହଜାର ଟଙ୍କା ପାଇବେ । ସହାୟତା ପ୍ରଦାନରେ ସ୍ୱଚ୍ଛତା ଆଣିବା ପାଇଁ ଆଧାର ପେମେଂଟ ବ୍ରିଜ୍ ସିଷ୍ଟମ(ଏପିବିଏସ) ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କ ଡିବିଟି ବ୍ୟାଙ୍କ ଆକାଉଣ୍ଟାକୁ ସିଧାସଳଖ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ଏହାସହିତ ହିତାଧିକାରୀମାନଙ୍କୁ ‘ସୁଭ୍ରଦା’ ଡେବିଟ୍ କାର୍ଡ ମଧ୍ୟ ପ୍ରଦାନ କରାଯିବ।

Leave a Reply

Your email address will not be published. Required fields are marked *