ଲଘୁଚାପର ପ୍ରଭାବରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗତକାଲି ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି ଓ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।  ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦେଶ ଦିଆଯାଇଛି। ୩ ତାରିଖ ଠାରୁ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସତର୍କ ସୂଚନା ଜାରି କରାଯାଇନାହିଁ। ସେହିପରି ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Leave a Reply

Your email address will not be published. Required fields are marked *