ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୩୨ ଜଣ କର୍ମଚାରୀଙ୍କୁ ବିଦା କରିଛନ୍ତି ରାଜ୍ୟ ସରକାର

ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ କାର୍ଯ୍ୟରତ ୩୨ ଜଣ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟ ସରକାର ବିଦା କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀଙ୍କୁ ନିଯୁକ୍ତି ମିଳିଥିବା ଖବର ଜାଣିବା ପରେ ଆକ୍ସନ ମୋଡ୍‌କୁ ଆସିଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ବିଦା କରିଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି ଯେ, ପୂର୍ବ ସରକାରରେ ବାରମ୍ବାର ପୁନଃ ନିଯୁକ୍ତି ହେବା ଫଳରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ନିଯୁକ୍ତି ସୁଯୋଗ ମଧ୍ୟ ଠପ୍‌ ହୋଇଯାଇଥିଲା । ଏବେ ବିଜେପି ସରକାର ଏ ନିଯୁକ୍ତି ପ୍ରକ୍ରିୟାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି।

 

Leave a Reply

Your email address will not be published. Required fields are marked *