ରାଜ୍ୟରେ ୨ ଲକ୍ଷ ପଦବୀ ଖାଲି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୨ ଲକ୍ଷ ୫ ହଜାର ପଦବୀ ଖାଲି ପଡିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ମୋଟ କର୍ମଚାରୀ ସଂଖ୍ୟା ୫ ଲକ୍ଷ ୯୬ ହଜାର ଥିବା ବେଳେ ପ୍ରାୟ ଏହାର ଅଧା ସଂଖ୍ୟକ ପଦବୀ ଖାଲି ରହିଛି। ରାଜ୍ୟରେ କେତେ ସଂଖ୍ୟକ ମଞ୍ଜୁରୀପ୍ରାପ୍ତ କର୍ମଚାରୀଙ୍କ ସଂଖ୍ୟା କେତେ ଏବଂ କେଉଁ ବିଭାଗରୁ କେତେ ସଂଖ୍ୟକ ପଦବୀ ଖାଲି ରହିଛି ବିଧାନସଭାରେ ବିଧାୟକ ଗଣେଶ୍ୱର ବେହେରା ପ୍ରଶ୍ନ କରିଥିଲେ। ମୁଖ୍ୟମନ୍ତ୍ରୀ ଉତ୍ତରରେ ଦେଇଥିବା ତଥ୍ୟ ଅନୁଯାୟୀ ସ୍କୁଲ୍ ଏବଂ ଗଣଶିକ୍ଷା ବିଭାଗରେ ସର୍ବାଧିକ ୬୩,୪୦୫ ପଦବୀ ଖାଲି ରହିଥିବା ବେଳେ ଏହା ପଛକୁ ସ୍ୱାସ୍ଥ୍ୟ ବିଭାଗରେ ୩୯,୧୨୭ ପଦବୀ ଖାଲି ରହିଛି।

 

Leave a Reply

Your email address will not be published. Required fields are marked *