‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହି ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଏହି ଅବସରରେ ଉକ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ ସୁଭଦ୍ରା ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

Leave a Reply

Your email address will not be published. Required fields are marked *