ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ମୁଖ୍ୟମନ୍ତ୍ରୀ ମମତାଙ୍କ ସହ କଥା ହେଲେ

ଭୁବନେଶ୍ୱର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଶନିବାର ଫୋନ୍‌ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଅନୁରୋଧ କରିଛନ୍ତି। ତେବେ ମୋହନଙ୍କ କଥା ରଖିଛନ୍ତି ଦିଦି। ସେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ କହିଲେ, ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ଅନୁରୋଧ।

Leave a Reply

Your email address will not be published. Required fields are marked *