ଚଳିତବର୍ଷ ବାଜିବନି ଡିଜେ

କଟକ: ଚଳିତବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବନି। ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ପୋଲିସ କମିଶନର। କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକ ପରେ ପୋଲିସ କମିଶନର ସୂଚନା ଦେଇଛନ୍ତି। ଭସାଣି ଶୋଭାଯାତ୍ରାରେ ୬ଟି ବକ୍ସ ବାଜିପାରିବ। ଜୋରଜବରଦସ୍ତ ଚାନ୍ଦା ମାଗିଲେ କିମ୍ବା ଡିଜେ ବଜାଇଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ନାଁରେ ମାମଲା ରୁଜୁ ହେବା ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ପୋଲିସ କମିଶନର।ଆସନ୍ତା ଅକ୍ଟୋବର ୧୪ରେ ଭସାଣି ହେବାକୁ ଥିବା ବେଳେ ଡିଜେକୁ ବାରଣ କରାଯାଇଛି। ତେବେ ରାତି ୧୨ଟା ଯାଏ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିପାରିବ ବୋଲି ଅନୁମତି ଦେଇଛନ୍ତି ପୋଲିସ କମିଶନର।

Leave a Reply

Your email address will not be published. Required fields are marked *