ଭୁବନେଶ୍ୱର: ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗୋଟି ଗୋଟି କରି କାଉଣ୍ଟର କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ ଏଥର ନବୀନଙ୍କୁ କହିବା ସହ ପରୋକ୍ଷରେ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପୂର୍ବ ସରକାରର ମୁଖ୍ୟମନ୍ତ୍ରୀ ରାଜ୍ୟରେ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଏକ ବିକୃତ ବ୍ୟବସ୍ଥା କରିଥିଲେ। ଖର୍ଚ୍ଚଦାବି ଆଲୋଚନାରେ ବିଧାନସଭାରେ ସରକାରଙ୍କୁ କିଛି ପ୍ରଶ୍ନ ପଚାରି ପଳାଉଛନ୍ତି। ପ୍ରଶ୍ନର ଉତ୍ତର ଶୁଣିବା ପାଇଁ ବିରୋଧୀ ଦଳ ନେତା ଉପସ୍ଥିତ ଅଧିକ ଭଲ ହୋଇଥାନ୍ତା, ବୋଧହୁଏ ବିଧାନସଭାଠୁ ଅଧିକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ତାଙ୍କର ଥାଇପାରେ ବୋଲି କହି କଟାକ୍ଷ କରିବାକୁ ମୁଖ୍ୟମନ୍ତ୍ରୀ ପଛାଇ ନାହାନ୍ତି।












Leave a Reply